ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ୨୦୦ଏମ୍‌ଏଲ୍‌ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ନୂଆ ସରକାର। 

ବ୍ୟୁରୋ : ରାଜ୍ୟରେ ଥିବା ସମସ୍ତ ସରକାରୀ ସ୍କୁଲରେ ମଧ୍ୟାହ୍ନ ଭୋଜନରେ ମିଳିବ ଏଥର କ୍ଷୀର।ଏନେଇ ଚିନ୍ତା କରୁଛନ୍ତି ନୂଆ ସରକାର।ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର।ଏ ନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି। 

ସେପଟେ,ଏହି ଯୋଜନାରେ ପିଲାଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ।ଏହା ସହ ମନ୍ତ୍ରୀ କହିଛନ୍ତି,ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ।ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି।ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।ସପ୍ତାହରେ ଅଣ୍ଡା ଦିଆ ଯାଉଥିବା ପରଦିନ ସ୍କୁଲରେ କ୍ଷୀର ଦିଆଯିବ ବୋଲି ସରକାର ସ୍ଥିର କରିଛନ୍ତି।

Leave a Reply

Your email address will not be published. Required fields are marked *