ବାରବାଟୀରେ ଭାରତ-ଇଂଲଣ୍ଡ କ୍ରିକେଟ ମ୍ୟାଚ୍,ଦର୍ଶକଙ୍କ ପାଇଁ ଟିକେଟ ମୂଲ୍ୟ ହେଲା ଧାର୍ଯ୍ୟ

ବ୍ୟୁରୋ – ଚଳିତ ବର୍ଷ ୨୦୨୫ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ଯ୍ୟ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ।ଓସିଏ ସମ୍ମିଳନୀ କକ୍ଷରେ ଆଜି ବସିଥିବା ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକର ଟିକେଟ ମୂଲ୍ୟ ଧାର୍ଯ୍ୟ କରାଯାଇଛି।

ଗ୍ୟାଲେରୀ ନମ୍ବର ୧ ପାଇଁ ଟିକେଟର ମୂଲ୍ୟ ୧୨୦୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ୨ ପାଇଁ ୧୦୦୦, ୩ ପାଇଁ ୧୨୦୦, ୪ ପାଇଁ ୧୦୦୦, ୫ ପାଇଁ ୧୫୦୦, ୬ ପାଇଁ ୧୨୦୦ ଓ ୭ ନମ୍ବର ଗ୍ୟାଲେରୀ ପାଇଁ ୮୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।

ସେହିପରି ସ୍ପେଶାଲ ଏନ୍କ୍ଲୋଜର ପାଇଁ ଟିକେଟର ମୂଲ୍ୟ ୭୦୦୦ ଟଙ୍କା ରହିଥିବା ବେଳେ ଏସି ଗ୍ୟାଲେରୀ ବକ୍ସ ପାଇଁ ୯୦୦୦ ଟଙ୍କା,କର୍ପୋରେଟ ବକ୍ସପାଇଁ ୨୦ ହଜାର ଟଙ୍କା ଓ ନ୍ୟୁ ପ୍ୟାଭିଲିୟନ ପାଇଁ ଟିକେଟର ଦାମ ୧୦ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି।ସେପଟେ,ବାରବାଟୀ ଷ୍ଟାଡିୟମର ସିଟ୍ କ୍ଷମତା ୪୪ ହଜାର ୫୨୪ ରହିଛି ବୋଲି ଓସିଏ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜରେ କୁହାଯାଇଛି।

ଆଜିର ବୈଠକରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ମହାନ୍ତି,କୋଷାଧ୍ୟକ୍ଷ ବିକାଶ ପ୍ରଧାନଙ୍କ ସହ ଓସିଏ କର୍ମକର୍ତ୍ତା ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *