ବ୍ୟୁରୋ – ଡିଜିପି ସମ୍ମିଳନୀ ପୂର୍ବରୁ ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ ।ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସର ନୂଆ ଯୋଜନା।ଥାନା ରିସେପସନ୍ ଦାୟିତ୍ବରେ ଥିବା ଅଧିକାରୀ ପିନ୍ଧିବେ ବଡି କ୍ୟାମେରା।ଥାନାରେ ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ରେକର୍ଡ ହେବ।
ସେପଟେ କେବଳ ଏତଲାକାରୀ ନୁହେଁ,ପୋଲିସର ବ୍ୟବହାର ମଧ୍ୟ ରେକର୍ଡ ହେବ।କ୍ୟାମେରାରେ ରେକର୍ଡ ଦୃଶ୍ୟକୁ ସିଧାସଳଖ ଦେଖିବେ ସିପି ଓ ଡିସିପି।ପାନିକ୍ ବଟନ ଦବାଇବା ମାତ୍ରେ ଅଭାବନୀୟ ଘଟଣା ରେକର୍ଡ ହେବ।ପାଇଲଟ ପ୍ରୋଜେକ୍ଟ ଆରମ୍ଭ କଲା କମିଶନରେଟ୍ ପୋଲିସ।